Menu

ଗୀତସଂହିତା 13

IRV

1 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?

2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?

3 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;

4 କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।

5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;

6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।

Everything we make is available for free because of a generous community of supporters.

Donate