Menu

ଗୀତସଂହିତା 130

IRV

1 ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।

2 ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।

3 ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?

4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।

5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।

6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।

7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।

8 ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।

Everything we make is available for free because of a generous community of supporters.

Donate