Menu

ଗୀତସଂହିତା 54

IRV

1 ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।

2 ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର।

3 କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା]

4 ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।

5 ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।

6 ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।

7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।

Everything we make is available for free because of a generous community of supporters.

Donate