Menu

ଗୀତସଂହିତା 8

IRV

1 ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।

2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।

3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)

4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?

5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;

7 ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;

8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

9 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।

Everything we make is available for free because of a generous community of supporters.

Donate